315 Views
ଭୁବନେଶ୍ୱର, ଜୁଲାଇ ୨୭ : ରାଜ୍ୟରେ ଆଜି ଆଉ ୭ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା ଭୂତାଣୁ । ଏହି କ୍ରମରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ମିଳିଛି ।
ସୂଚନାନୁଯାୟୀ, ୭ଜଣ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଜଣ, ସୁନ୍ଦରଗଡ଼, କଟକ, ମାଲକାନଗିରି ଓ ଭୁବନେଶ୍ବର ମହାନଗର ଅଞ୍ଚଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬,୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୯୧୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୬ହଜାର ୭୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।