217 Views
ଭୁବନେଶ୍ୱର, ଅଗଷ୍ଟ ୧୦ : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତ ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ଜଣାପଡିଛି ।