Sun. Jun 8th, 2025

ରାଜ୍ୟରେ ସ୍ଥିର ରହିବ ପାରଦ, କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା କୁହୁଡ଼ି ହୋଇପାରେ

By amfnews Dec 12, 2019 #Featured
132 Views

ଭୁବନେଶ୍ବର : ୧୬ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ପାଗ ସ୍ଥିର ରହିବ। ତାପମାତ୍ରା ଅଧିକ ଖସିବନି କି ବଢ଼ିବନି। କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା କୁହୁଡ଼ି ହୋଇପାରେ। ନ ହେଲେ ସେଭଳି ବଡ଼ଧରଣର ପରିବର୍ତନ ହେବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବା‌ଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା‌ ୧୦ ଡିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୧ ଡିଗ୍ରି ଥିଲା।

By amfnews

Related Post