Tue. Dec 24th, 2024

ରାଜ୍ୟର ଅନେକ ସ୍ଥାନରେ ହାଲୁକା ବର୍ଷା,ଆଉ ୨୪ ଘଣ୍ଟା ରହିବ କୋହଲା ପାଗ

By amfnews Feb 20, 2021 #featutred
839 Views

ଭୁବନେଶ୍ୱର, ଫେବୃଆରୀ 20 :  ଆଜି ସକାଳୁ ଓଡ଼ିଶାର କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କୋହଲା ପାଗ ଦେଇଛି । ତେବେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ର ସୁଚନା ମୂତାବକ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପାଗ ଏଭଳି ରହିବ ବୋଲି ଅନୁମାନ କରାଯାଉଛି ।

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଓ କୋରାପୁଟ ଜିଲ୍ଲାର ଲମତାପୁଟରେ ୩୦ ମିମି ଲେଖାଏଁ ବର୍ଷା ‌ରେକର୍ଡ ହୋଇଥିବା ବେଳେ କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଦେବଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି।

ବର୍ଷା ଯୋଗୁଁ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ଘଟିଛି ଓ ଶୀତ କମିଛି । ଗତକାଲି ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ରହିଛି।

ଏହାର ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।

By amfnews

Related Post