Sat. Oct 17th, 2026

ରାସ୍ତା ପାର ହେବା ବେଳେ ପିଟି ଦେଲା ଅଜଣା ଗାଡ଼ି

245 Views

ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କେଶପୁର ଛକ ନିକଟରେ ଏକ  ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ କୋଦଳା ଥାନା ବେଲଝରି ଗାଁର ଶିବ ମେହେର ବୋଲି ଜଣାପଡ଼ିଛି।

ଗତକାଲି ରାତିରେ ଶିବ କୌଣସି କାମରେ କେଶପୁର ଯାଇଥିଲେ। ତେବେ ସେ ରାସ୍ତା  ପାର ହେଉଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି।

By amfnews

Related Post