191 Views
ଭୁବନେଶ୍ବର, ମେ ୧୪ :
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ରେକର୍ଡମୁହାଁ ରହିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି ।
ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ, ଅନୁଗୋଳରୁ ୩ଜଣ, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ, ଗଜପତି, ଗଞ୍ଜାମ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।