Fri. Sep 4th, 2026

ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା

276 Views

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା। ଏହି ଅଞ୍ଚଳରେ ତ୍ରିରଙ୍ଗା। ପତାକା ଉଡ଼ାଇବା ପାଇଁ ପ୍ରଶାସନ ଭୟ କରୁଥିଲା। ତେଣୁ ସେଠାରେ ତ୍ରିରଙ୍ଗା ବଦଳରେ ନକ୍ସଲଙ୍କ କଳା ରଙ୍ଗର ପତାକା ଉଡୁଥିଲା।

ଗତକାଲି ସେହି ଅଞ୍ଚଳରେ ପ୍ରଥମ ଥର ପାଇଁ ମାଲକାନଗିରି ଏସ୍‌ପି ଶ୍ରୀ ହୃଷିକେଶ ଡି ହିଲାରୀ ତ୍ରିରଙ୍ଗା ଉଡ଼ାଇଛନ୍ତି। ହାନ୍ତାଳଗୁଡ଼ାଠାରେ ବିଏସଏଫ କ୍ୟାମ୍ପର ପ୍ରତିଷ୍ଠା ବେଳେ ତ୍ରିରଙ୍ଗା ଉଡ଼ାଇ ସେହି ଅଞ୍ଚଳବାସୀଙ୍କୁ ଓ ସୁରକ୍ଷା ବାହିନୀକୁ ସମ୍ୱୋଧିତ କରାଯାଇଥିଲା।

By amfnews

Related Post