Tue. Mar 10th, 2026

ଶ୍ରୀଜିଉଙ୍କ ବନକଲାଗି ଆଜି : ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

228 Views

ପୁରୀ, ଜାନୁଆରୀ ୨୩  : ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି ଦ୍ବିତୀୟ ଭୋଗମଣ୍ଡପ ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥି ପାଇଁ ଅପରାହ୍ନ ୪ଟା୩୦ରୁ ରାତି ୮ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

By amfnews

Related Post