Mon. Oct 19th, 2026

ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ

276 Views

ଭୁବନେଶ୍ୱର : ବିଜେଡି ସଭାପତି ପଦ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଦଳର ବରିଷ୍ଠ ନେତାଙ୍କ ସହିତ ଭୁବନେଶ୍ୱରରେ ଥିବା ଦଳୀୟ କାର୍ଯ୍ୟାଳୟକୁ ଆସି ସେ ନାମାଙ୍କନ ଦାଖଲ କରିଥିଲେ।

ଯେହେତୁ ଏହି ପଦ ପାଇଁ ଆଉ କେହି ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ, ତେଣୁ ନବୀନ ପଟ୍ଟନାୟକ ନିର୍ଦ୍ୱନ୍ଦ୍ୱରେ ପୁଣି ଥରେ ବିଜେଡି ସଭାପତି ଭାବେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ। ଆସନ୍ତା ୨୬ ତାରିଖରେ ସେ ବିଧିବଦ୍ଧ ଭାବେ ଅଷ୍ଟମ ଥର ପାଇଁ ଦଳର ମୁଖିଆ ଭାବେ ଦାୟିତ୍ୱ ଗ୍ରହଣ କରିବେ ବୋଲି ଜଣାପଡ଼ିଛି।

ଆଜି ଦଳର କାର୍ଯ୍ୟକାରିଣୀ ସଦସ୍ୟ ପାଇଁ ୮୦ ଜଣ ନାମାଙ୍କନ ଦାଖଲ କରିଛନ୍ତି। ଏହା ପୂର୍ବରୁ ୨୧ ତାରିଖରେ ଦଳର ସାଂଗଠନିକ ଜିଲ୍ଲା ସଭପତିଙ୍କ ନାଁ ଘୋଷଣା କରାଯାଇଥିଲା।

By amfnews

Related Post