123 Views
ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କାର୍ଯ୍ୟନିର୍ବାହୀ ସଭାପତି ହେମନ୍ତ ସୋରେନ୍ ଆଗାମୀ ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାଯାଇଛି। ସେ ଦ୍ବିତୀୟ ଥର ଲାଗି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ।
ହେମନ୍ତ ସୋରେନ୍ ନିଜର ମନ୍ତ୍ରିମଣ୍ଡଳର ସହଯୋଗୀଙ୍କ ସହିତ ଡିସେମ୍ବର ୨୭ରେ ରାଞ୍ଚିର ମୋହରାବାଦୀ ପଡ଼ିଆରେ ଶପଥ ଗ୍ରହଣ କରିବେ ବୋଲି ସୂଚନା ଦେଇଛନ୍ତି। ସରକାର ଗଠନ ପ୍ରସଙ୍ଗରେ ସେ ଆଜି ଦିଲ୍ଲୀ ଯାଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ସାଂସଦ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବେ ବୋଲି ବି କହିଛନ୍ତି । ଏହାପରେ ହେମନ୍ତ ସରକାର ଗଠନ ଲାଗି ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ବୋଲି ସୂଚନା ଦେଇଛନ୍ତି ।