Sun. Oct 18th, 2026
203 Views

ରାଇରଙ୍ଗପୁ : ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଜଣେ ହୋଲସେଲ୍‌ ପାନ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୬ ଲକ୍ଷ ଲୁଟି ନେଲେ ୩ ଦୁର୍ବୃତ୍ତ। ପୁଲିସ୍‌ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଥିଲେ ବି ଅଭିଯୁକ୍ତଙ୍କ ସମ୍ପର୍କରେ କିଛି ସୂଚନା ପାଇପାରି ନାହିଁ।

ସୂଚନା ଅନୁଯାୟୀ, ଗତକାଲି ରାତିରେ ହୋଲ୍‌ସେଲ୍ ପାନ ବ୍ୟବସାୟୀ ରୂପେଶ କୁମାର ମହାନ୍ତି ରାତି ପ୍ରାୟ ୧୧ଟା ବେଳକୁ ଘରକୁ ଯିବାକୁ ପ୍ରସ୍ତୁତ ହେଉଥିବା ବେଳେ ୩ ଦୁର୍ବୃତ୍ତ ତାଙ୍କ ଦୋକାନରେ ପଶିଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ମୁଖା ପିନ୍ଧିଥିବା ବେଳେ ଜଣେ ହେଲମେଟ ପିନ୍ଧିଥିଲା। ସମସ୍ତେ ହାତରେ ବନ୍ଧୁକ ଧରି ରୂପେଶଙ୍କୁ ଭୟଭୀତ କରିଥିଲେ। ଏହାପରେ ମାତ୍ର ୩ ମିନିଟ୍‌ରେ ଦୋକାନରେ ଥିବା ୬ ଲକ୍ଷ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ଏନେଇ ରୂପେଶ ରାଇରଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ୍‌ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି।

By amfnews

Related Post