Tue. Mar 10th, 2026

୪୮ ଘଣ୍ଟା ମଧ୍ୟରେ ଲଘୁଚାପ: ଆଜି ଏହି ସବୁସ୍ଥାନରେ ପ୍ରବଳ ବର୍ଷିବ

159 Views

ଭୁବନେଶ୍ୱର  :   ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଭଲ ବର୍ଷା ହେବ।”ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ସହ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏହାସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କନ୍ଧମାଳ, ଓ ନୟାଗଡ଼।”

By amfnews

Related Post