Fri. Jul 3rd, 2026

୫ ଜିଲ୍ଲାକୁ କୋଲ୍ଡ ୱେଭ୍ ୱାର୍ଣ୍ଣିଂ

228 Views

ଭୁବନେଶ୍ୱର : ଗତ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମଧ୍ୟ କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ହେବ। କିଛି ସ୍ଥାନରେ ତାପମାତ୍ରା କମିବା ସହିତ ଆଉ କିଛି ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ କୁହାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର କନ୍ଦନ ମୁର୍ମୁଙ୍କ ସୂଚନା ଅନୁଯାୟୀ ଆଜି ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ ନବରଙ୍ଗପୁର, କଳାହାଣ୍ଡି, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ସେ ଆହୁରି କହିଛନ୍ତି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୋନପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ କୋଲ୍ଡ ୱେଭ୍‌ ନେଇ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଆସନ୍ତାକାଲି ସୁନ୍ଦରଗଡ଼, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ଭଦ୍ରକ ଓ କଟକରେ ଘନ କୁହୁଡ଼ି ନେଇ ୱାର୍ଣ୍ଣିଂ ଦିଆଯାଇଛି। ହେଲେ ଆସନ୍ତକାଲିଠୁ ପାଗର ପରିବର୍ତ୍ତନ ହେବ। କେଉଁଠି କେଉଁଠି ହାଲ୍‌କା ମେଘୁଆ ରହିଲେ ମଧ୍ୟ ମୋଟାମୋଟି ପାଗ ଶୁଖିଲା ରହିବ।

By amfnews

Related Post