Wed. Sep 23rd, 2026
1,113 Views

ଭୁବନେଶ୍ବର : ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅର୍ଧାଧିକ ଜିଲ୍ଲାରେ ବର୍ଷା ଲାଗିରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ତେବେ ଏହାପୂର୍ବରୁ ସେଭଳି ବଡ଼ ବର୍ଷା ନାହିଁ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆହୁରି କୁହାଯାଇଛି ଯେ, ୬ ଓ ୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଯାଜପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୮ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ବର୍ଷା ଲାଗିରହିବ। ତେବେ ଏହାପରେ ପାଗରେ ସାମାନ୍ୟ ପରିବର୍ତନ ଆସିବ। ବର୍ଷା କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଗତ ୧୨ ଘଣ୍ଟା ମଧ୍ୟରେ ଟିଟିଲାଗଡ଼ରେ ସର୍ବାଧିକ ୫.୧ ମିମି ବର୍ଷା ହୋଇଥିବା ବେଳେ କୋରାପୁଟ, ମାଲକାନଗିରି ଓ ଭୁବନେଶ୍ବରରେ ହାଲକା ବର୍ଷା ରେକର୍ଡ କରାଯାଇଛି।

By amfnews

Related Post