Sun. Mar 8th, 2026

୮ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

166 Views

ଭୁବନେଶ୍ୱର : ଗତକାଲି ଠାରୁ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ଜାରି ରହିଛି। ତେଣୁ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ୮ଟି ଜିଲ୍ଲାର ସବୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ  ଛୁଟି ଘୋଷଣା କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-ଗଞ୍ଜାମ,  ଗଜପତି, ଭଦ୍ରକ, ଢେଙ୍କାନାଳ, କଟକ ଓ କେନ୍ଦ୍ରାପଡ଼ା ଓ ପୁରୀ।  ଏହି ଜିଲ୍ଲାର ସବୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳମାନେ ଛୁଟି ଘୋଷ଼ଣା କରିଛନ୍ତି। ଯାଜପୁର ଜିଲ୍ଲାରେ କିନ୍ତୁ ଆଜି ଓ କାଲି ସ୍କୁଲ, ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି।

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବା ପରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

By amfnews

Related Post