Sun. Jul 26th, 2026

ଅପରାହ୍ଣ ସାଢ଼େ ଗୋଟାଏ ସୁଦ୍ଧା ରାଜ୍ୟର ୧୭ଟି ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା

255 Views

ଭୁବନେଶ୍ୱର : ବୁଧବାର ପୂର୍ବାହ୍ନ ୧୦: ୧୫ରୁ ଅପରାହ୍ଣ ୧: ୧୫ ମଧ୍ୟରେ ରାଜ୍ୟର ୧୭ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଢେଙ୍କାନାଳ, ଅନଗୁଳ, କଟକ, ଭୁବନେଶ୍ୱର ସମେତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ ଏବଂ ରାୟଗଡ଼ାରେ ଏ ଭଳି ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ଏବଂ କଟକ ସହରର ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ରହିଛି।

By amfnews

Related Post