Wed. Jul 15th, 2026

ଅପରାହ୍ଣ ୨ରୁ ସନ୍ଧ୍ୟା ୬ ମଧ୍ୟରେ ରାଜ୍ୟର ଏହି ୪ ଜିଲ୍ଲାରେ ରହିଛି କାଳବୈଶାଖୀ ସମ୍ଭାବନା

461 Views

ଭୁବନେଶ୍ୱର: ଆଜି (ଶୁକ୍ରବାର) ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିଲେ ମଧ୍ୟ ଗଜପତି, ଗଞ୍ଜାମ, କୋରାପୁଟ ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସାଟେଲାଇଟ୍‌ ଚିତ୍ର ଓ ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନାରେ କୁହାଯାଇଛି ଯେ ଆଜି ଅପରାହ୍ଣ ୨ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଏଥିସହ ମାର୍ଚ୍ଚ ୩୧ ତାରଖରୁ ଉତ୍ତର ଓ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଲାଗି ରହିବ। ଫଳରେ ବର୍ଷା ସାଙ୍ଗକୁ ତୁହାକୁ ତୁହା ପବନ ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପବନର ବେଗ ଅଧିକ ରହିବ। ୩ ଦିନ ଧରି ଏଭଳି ସ୍ଥିତି ରହିବାର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣପାଗ କେନ୍ଦ୍ର।

By amfnews

Related Post