Fri. Apr 24th, 2026

ଅବମାନନା ମାମଲା: ୧୫ଦିନ ଭିତରେ ୧ଟଙ୍କା ନ ଦେଲେ ୩ମାସ ଜେଲ ଯିବେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ

303 Views

ନୂଆଦିଲ୍ଲୀ  : ନ୍ୟାୟପାଳିକା ବିରୋଧରେ ଟୁଇଟ୍ କରି ଦୋଷୀ ସାବ୍ୟସ୍ତ ହୋଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଅଦାଲତ ଅବମାନନା ମାମଲାରେ ଆଜି ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ନ୍ୟାୟପାଳିକା ବିରୋଧରେ ଟ୍ୱିଟ୍ କରି ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରଶାନ୍ତ ଭୂଷଣଙ୍କୁ ସେପ୍ଟେମ୍ବର ୧୫ସୁଦ୍ଧା ଟଙ୍କା ୧ଟଙ୍କା ଜରିମାନା ଦେବାକୁ ସୁପ୍ରିମକୋର୍ଟ କହିଛନ୍ତି। ଯଦି ପ୍ରଶାନ୍ତ ଭୂଷଣ ସେପ୍ଟେମ୍ବର ୧୫ସୁଦ୍ଧା ଟଙ୍କା ୧ଟଙ୍କା ଜରିମାନା ଜମା କରିବାରେ ବିଫଳ ହୁଅନ୍ତି, ତେବେ ବରିଷ୍ଠ ଆଇନଜୀବୀଙ୍କୁ ତିନିମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ଏବଂ ତିନିମାସ ପାଇଁ ତାଙ୍କୁ ପେସାରୁ ବଞ୍ଚିତ କରାଯିବ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି।

ନ୍ୟାୟପାଳିକା ବିରୋଧରେ ଦୁଇଟି ଟ୍ୱିଟ୍ ଉପରେ କୋର୍ଟ ଶୁଣାଣି କରି ଅଦାଲତ ଅବମାନନା ମାମଲାରେ ପ୍ରଶାନ୍ତ ଭୂଷଣଙ୍କୁ ଚଳିତ ମାସ ଆରମ୍ଭରେ ଦୋଷୀ ସାବ୍ୟସ୍ତ କରିଥିଲେ। ଶୁଣାଣି ସମୟରେ ଟୁଇଟ ପାଇଁ କ୍ଷମା ମାଗିନେବାକୁ ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କୁ କହିଥିଲେ ମଧ୍ୟ ଅଦାଲତ ଅବମାନନା ମାମଲାରେ ସୁପ୍ରିମ କୋର୍ଟଙ୍କୁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବାକୁ ପ୍ରଶାନ୍ତ ଭୂଷଣ ମନା କରି ଦେଇଥିଲେ। କ୍ଷମା ମାଗିବାକୁ ତାଙ୍କ ବିବେକ ଅନୁମୋଦନ କରୁନାହିଁ। ଯଦି ସେ କ୍ଷମା ମାଗିବେ ଏହା ତାଙ୍କ ଅନ୍ତରାତ୍ମା ପ୍ରତି ଅବମାନନା ହେବ ବୋଲି ପ୍ରଶାନ୍ତ ଭୂଷଣ କହିଥିଲେ। ସୁପ୍ରିମ୍‌ କୋର୍ଟଙ୍କ ଗରିମା କ୍ଷୁଣ୍ଣ ହେବା ଉଦ୍ଦେଶ୍ୟରେ ସେ କୌଣସି ଟ୍ବିଟ୍‌ କରି ନଥିଲେ ଏବଂ କୋର୍ଟଙ୍କ ପ୍ରତି ତାଙ୍କ ମନରେ ସର୍ବଦା ସମ୍ମାନ ରହିଛି । ସେ ଯାହା ଟ୍ବିଟ୍‌ କରିଥିଲେ, ତାହା ତାଙ୍କର ବାକ୍‌ ସ୍ବାଧୀନତା ପରିସରଭୁକ୍ତ ବୋଲି କହିଥିଲେ।

By amfnews

Related Post