Sat. Mar 7th, 2026

ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

201 Views

ଭୁବନେଶ୍ବର: ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଏହି ମୃତକଜଣକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ସେ ଜଣେ ୫୫ ବର୍ଷିୟ ପୁରୁଷ ବୋଲି ବି ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି । କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଯକ୍ଷ୍ମା ରୋଗରେ ପୀଡ଼ିତ ଥିଲେ। ଏହାଛଡ଼ା ତାଙ୍କର ଅନ୍ୟ ରୋଗ ବି ଥିଲା ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି।

କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୨୯ରେ ପହଞ୍ଚିଛି। ତେବେ ୧୭୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଆଜି ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୬ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

By amfnews

Related Post