Sat. Sep 5th, 2026
289 Views

ଭୁବନେଶ୍ୱର : ବାତ୍ୟା ‘ବୁଲ୍‌ବୁଲ୍‌’ ପାଇଁ ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ରକୁ  ଆଜି ଓ ଆସନ୍ତା କାଲି ଛୁଟି ଘୋଷଣା କରାଯାଇଛି। ୩ ଜିଲ୍ଲାର ଜିଲ୍ଲାପାଳ ଏହି ଛୁଟି ଘୋଷଣା କରିଛନ୍ତି।

ଏଥିସହ ଆସନ୍ତାକାଲି ଆଉ ୬ ଜିଲ୍ଲାରେ ମଧ୍ୟ ସ୍କୁଲ ଛୁଟି ରହିବ। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ମୟୂରଭଂଜ ଓ ଯାଜପୁର।

ଅନ୍ୟପକ୍ଷରେ ‘ବୁଲ୍‌ବୁଲ୍‌’ ପ୍ରଭାବରେ ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷା ସହ ପବନ ମଧ୍ୟ ବହୁଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘ବୁଲ୍‌ବୁଲ୍‌’ ଉତ୍ତର, ଉତ୍ତରପୂର୍ବ ଦିଗକୁ ଗତି କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।  ୧୦ ତାରିଖରେ ‘ବୁଲ୍‌ବୁଲ୍‌’  ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ଅନୁମାନ କରଯାଉଛି।

By amfnews

Related Post