Sat. Aug 15th, 2026

ଆଜି ଅପରାହ୍ନରେ ରାଜ୍ୟର ୧୦ଟି ଜିଲ୍ଲାକୁ ବର୍ଷା ସମ୍ଭାବନା, ୩ ଦିନ ରହିବ କୋହଲା ପାଗ

389 Views

ଭୁବନେଶ୍ୱର: ରାଜ୍ୟର ୧୦ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଅପରାହ୍ନ ୪ଟା ୩୦ ମିନିଟ୍‌ ମଧ୍ୟରେ ଭୁବନେଶ୍ୱର ସମେତ ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ବରଗଡ଼, ସୋନପୁର, ସମ୍ବଲପୁର, ଖୋର୍ଦ୍ଧା ସହ ଏବଂ କଟକ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି। ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ସତର୍କ ରହିବାକୁ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅନ୍ୟପଟେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ରହିଥିବା ଦେଖିବାକୁ ମିଳିଛି। ଅନ୍ୟପଟେ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି।

By amfnews

Related Post