Fri. Oct 2nd, 2026

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

233 Views

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବାପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ।

ଏହା ଏକ ଗୁପ୍ତ ସେବା ଓ ଚାରିଘଣ୍ଟାର ନୀତି ହୋଇଥିବା କାରଣରୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

By amfnews

Related Post