475 Views
ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ଆଜି ୧୦ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏହିସବୁ ଜିଲ୍ଲାର ଜିଲ୍ଲାପାଳମାନେ ଛୁଟି ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ଗତକାଲି ମଧ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ, ଗଜପତି, ଭଦ୍ରକ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ପୁରୀ ଓ ଯାଜପୁର ଜିଲ୍ଲାର ସବୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଥିଲା।