Sun. Mar 8th, 2026

ଆନ୍ଧ୍ରପ୍ରଦେଶ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ : ତୈଳ ଓ ଗ୍ୟାସ ପ୍ରକଳ୍ପରେ ହେବ ବିପୁଳ ପୁଞ୍ଜିନିବେଶ

220 Views

ଆନ୍ଧ୍ରପ୍ରଦେଶ/ଭୁବନେଶ୍ୱର : କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଆନ୍ଧ୍ରପ୍ରଦେଶ ଗସ୍ତରେ ଯାଇ ବିଭିନ୍ନ ତୈଳ, ଗ୍ୟାସ ଓ ଇସ୍ପାତ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଆଗାମୀ ୫ ବର୍ଷ ମଧ୍ୟରେ ତୈଳ, ଗ୍ୟାସ ଓ ଇସ୍ପାତ୍ କ୍ଷେତ୍ରରେ ବିପୁଳ ପୁଞ୍ଜିନିବେଶ କରାଯିବାର ଯୋଜନା ଥିବା କହିଛନ୍ତି। ଏଥିସହିତ, ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଓ ମୁଖ୍ୟମନ୍ତ୍ରୀ ୱାଇ.ଏସ୍ ଜଗନମୋହନ ରେଡ୍ଡିଙ୍କ ସହ ଆଲୋଚନା କରିଛନ୍ତି।

ବିଜୟୱାଡ଼ାଠାରେ ସମୀକ୍ଷା ବୈଠକର ଆୟୋଜନ କରାଯାଇଥିଲା। ସମୀକ୍ଷା ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଥିଲେ ଯେ, ବ୍ୟାପକ ପୁଞ୍ଜିନିବେଶ ଦ୍ବାରା ରାଜ୍ୟର ରାଜସ୍ୱ ବୃଦ୍ଧି ହେବା ସହ ଯୁବକଙ୍କ ପାଇଁ ଅଧିକରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇପାରିବ। ଏହିସବୁ ତୈଳ ଓ ଗ୍ୟାସ୍ ପ୍ରକଳ୍ପକୁ ନିର୍ଧାରତ ସମୟ ସୁଦ୍ଧା ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ । ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏହି ସବୁ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମର୍ଥନ ଓ ସହଯୋଗ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ।

ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସେଠାକାର ରାଜ୍ୟପାଳ ତଥା ଓଡିଶାର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ମଧ୍ୟ ତାଙ୍କ ବାସଭବନରେ ଭେଟିଥିଲେ। ରାଜ୍ୟପାଳଙ୍କ ସହ ଏଠାରେ ନିଆଯାଇଥିବା ବିଭିନ୍ନ ତୈଳ ଓ ଗ୍ୟାସ ପ୍ରକଳ୍ପ ସମ୍ପର୍କରେ ସେ ସୂଚିତ କରିଥିଲେ। ବିଶେଷକରି, କ୍ରୀଷ୍ଣା-ଗୋଦାବରୀ ବେସିନ, ଯାହା ଭବିଷ୍ୟତରେ ଭାରତର ଗ୍ୟାସ ଚାହିଦାକୁ ପୂରଣ କରିବାର ବଡ କ୍ଷମତା ରଖିଛି- ସେ ସମ୍ପର୍କରେ ମଧ୍ୟ ଅବଗତ କରାଇଥିଲେ ।

By amfnews

Related Post