329 Views
ଭୁବନେଶ୍ୱର, ଜାନୁଆରୀ ୦୯ : ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପ ଆରମ୍ଭ ହେବାକୁ ଯାଉଛି । ଯାହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ୍ ପ୍ରାକୃତିକ ଗ୍ୟାସ୍ ତଥା ଇସ୍ପାତମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।
ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲର ସିଏସ୍ଆର ପାଣ୍ଠିରୁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିନ୍ଦୁସାଗର ସଫେଇ କାର୍ଯ୍ୟ କରାଯିବ । ଓଡ଼ିଶା ସେତୁ ନିର୍ମାଣ ନିଗମ ଲିମିଟେଡର ସହଯୋଗିତାରେ ଏହା କାର୍ଯ୍ୟକାରୀ ହେବ । ସ୍ଥିତି ସମୀକ୍ଷା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିସାରିଛନ୍ତି ।