277 Views
ଭୁବନେଶ୍ୱର, ଜାନୁଆରୀ 09 : ସ୍ଵଚ୍ଛ ବିନ୍ଦୁ ସାଗର ପ୍ରକଳ୍ପ ଆରମ୍ଭ ହୋଇଛି । ପ୍ରତିଦିନ ବିନ୍ଦୁ ସାଗରକୁ ସଫା ରଖିବା ସହ ନବୀକରଣ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ୍ ପ୍ରାକୃତିକ ଗ୍ୟାସ ଓ ଇସ୍ପାତମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲର ସିଏସଆର ପାଣ୍ଠିରୁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିନ୍ଦୁସାଗର ସଫେଇ କାର୍ଯ୍ୟ କରାଯିବ ।
ଓଡ଼ିଶା ସେତୁ ନିର୍ମାଣ ନିଗମ ଲିମିଟେଡର ସହଯୋଗିତାରେ ଏହା କାର୍ଯ୍ୟକାରୀ ହେବ । ଏହି କାର୍ଯ୍ୟକ୍ରମରେ ଭରଚୁଆଲ ମାଧ୍ୟମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଇନଷ୍ଟିଚ୍ୟୁଟ ଅଫ କେମିକାଲ ଟେକ୍ନୋଲୋଜି, ଇଣ୍ଡିଆନ ଅଏଲ କ୍ୟାମ୍ପସ ଭୁବନେଶ୍ୱର, ଓଡିଶା ବ୍ରିଜ କନଷ୍ଟ୍ରକସନ କର୍ପୋରେସନର ମିଳିତ ଉଦ୍ୟମରେ ବିନ୍ଦୁସାଗରର ପୁନରୁଦ୍ଧାର କାର୍ଯ୍ୟ କରାଯିବ ।