Fri. Jul 3rd, 2026
232 Views

ଭୁବନେଶ୍ୱର, ଅଗଷ୍ଟ ୧୫ : ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ‌ ପୂର୍ବାନୁମାନ କରିଛି । ୧୬ ତାରିଖ ପର୍ଯ୍ୟନ୍ତ ଧୀବରଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ କୁହାଯାଇଛି । ଏହା ସହିତ ରାଜ୍ୟର ସମସ୍ତ ବନ୍ଦର ପାଇଁ ୩ ନମ୍ବର ସତର୍କ ସୂଚନା ଜାରି କରାଯାଇଛି ।

ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପୂର୍ବାନୁମାନ କରିଛି, ଲଘୁଚାପ ପଶ୍ଚିମରୁ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ସେହିପରି ମନସୁନ୍‌ ଟ୍ରପ୍‌ଲାଇନ୍‌ ଯାହା ଜୟସାଲମେର, କୋଟା, ଗୁନା, ଜବଲପୁର, ପେଣ୍ଡ୍ରା ରୋଡ୍‌ ଦେଇ ଗତି କରୁଛି ତାହା ଲଘୁଚାପର କେନ୍ଦ୍ର ଦେଇ ଗତି କରିବ । ଉତ୍ତର ଉପକୂଳ ଓଡ଼ିଶା ହୋଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇବ । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ହୋଇଥିବାରୁ ଶନିବାର ଓ ରବିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ତେଣୁ ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି । ପୁରୀ, ଜଗତସିଂହପୁର, ସମ୍ବଲପୁର, ଅନୁଗୁଳ ଓ ଦେଓଗଡ଼ର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆଶଙ୍କା ପ୍ରକାଶ କରିଛି ।

By amfnews

Related Post