Wed. Mar 11th, 2026

ଆସନ୍ତା ୨୦ ତାରିଖ ଯାଏ ଓଡ଼ିଶାର କାଁ ଭାଁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

165 Views

ଭୁବ‌ନେଶ୍ବର : ଆସନ୍ତା ୨୦ ତାରିଖ ଯାଏ ଓଡ଼ିଶାର କାଁ ଭାଁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ନ ହେଲେ ପାଗ ମୁଖ୍ୟତଃ ଖରାଟିଆ ରହିବ। ବଡ଼ ବର୍ଷାର ସମ୍ଭାବନା ନଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କୁହାଯାଇଛି ଯେ ୧୬ ତାରିଖ ପୂର୍ବାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା ସମେତ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୭ ତାରିଖ ସକାଳ ସୁଦ୍ଧା ଉପକୂଳ ଓ ଦକ୍ଷିଣ ଓଡ଼ିଶା, ୧୮ ତାରିଖ ସକାଳ ସୁଦ୍ଧା ପଶ୍ଚିମ ଓଡ଼ିଶା ସମେତ ଖୋର୍ଧା ଓ ନୟାଗଡ଼, ୧୮ ଓ ୧୯ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ‌ହେବ। ୨୦ ତାରିଖରେ ଗଜପତି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୧୨ ଘଣ୍ଟା ମଧ୍ୟରେ କେନ୍ଦୁଝରରେ ୮୪ ମିମି ବର୍ଷା ହୋଇଥିବା ବେଳେ ଫୁଲବାଣୀରେ ୪୮.୮ ମିମି ବର୍ଷା ରେକର୍ଡ କରାଯାଇଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ହେଉଛି ଯେ ସୋମବାର ଉପକୂଳବର୍ତୀ ଅଞ୍ଚଳରେ ପାଗ ଶୁଖିଲା ରହିବ। ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ୧୭ ଓ ୧୮‌ରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ୧୯ ଓ ୨୦ ତାରିଖରେ ଉପକୂଳ ଓ ସଂଲଗ୍ନ ଅଞ୍ଚଳର ଅଳ୍ପ କେତେକ ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ।

By amfnews

Related Post