Fri. May 17th, 2024

ଆସନ୍ତା ୨୩ ରୁ ଖୋଲିବ ଶ୍ରୀମନ୍ଦିର, ସମୀକ୍ଷା କଲେ 5T ସଚିବ ପଣ୍ଡିଆନ

By amfnews Dec 19, 2020 #Featured
138 Views

ଭୁବନେଶ୍ୱର, ଡିସେମ୍ବର ୧୯ : ଆସନ୍ତା ୨୩ ରୁ ଖୋଲିବ ଶ୍ରୀମନ୍ଦିର । ଜାରି କରାଯାଇଛି SOP । ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କଲେ 5-T ସଚିବ IAS ଭି. କେ. ପାଣ୍ଡିଆନ । 

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର 5-T ସଚିବ  ସମୀକ୍ଷା କରିଛନ୍ତି  । 

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଉନ୍ନୟନ କମିସନର ସୁରେଶ ମହାପାତ୍ର, ପୁରୀ ଜିଲ୍ଲାପାଳ ଓ ଏସ୍‌ପି ମଧ୍ୟ ଉପସ୍ଥିତ ଥିଲେ ।

ଶ୍ରୀମନ୍ଦିରରେ ଦର୍ଶନ ପାଇଁ ପ୍ରଥମେ ପୁରୀବାସୀଙ୍କୁ ଅଗ୍ରାଧୀକାର ଦିଆଯିବ । ବିଭିନ୍ନ ପର୍ଯ୍ୟାୟରେ ୱାର୍ଡବାସୀଙ୍କୁ ଦର୍ଶନ ସୁବିଧା ମିଳିବ । ପ୍ରଥମେ ୫ ହଜାର ଭକ୍ତଙ୍କୁ ଦର୍ଶନ ଅନୁମତି ଦିଆଯିବ। ପରେ ସ୍ଥିତି ଦେଖି ସଂଖ୍ୟା ବୃଦ୍ଧି କରାଯିବ। ଶ୍ରୀମନ୍ଦିରରେ ପ୍ରବେଶ ପୂର୍ବରୁ କୋଭିଡ୍‌ ନେଗେଟିଭ୍ ଦେଖାଇବାକୁ ପଡ଼ିବ ବୋଲି ସର୍ତ୍ତ ରଖାଯାଇଛି । ନୂଆବର୍ଷରେ ଭିଡ଼ ବଢ଼ିବା ଆଶଙ୍କା ଥିବାରୁ ଜାନୁଆରୀ ୧ ଓ ୨ ତାରିଖରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ବନ୍ଦ ରଖାଯିବ । ଜାନୁଆରି ୩ରୁ ପୁରୀ ସହ ଜିଲ୍ଲା ତଥା ରାଜ୍ୟ ବାହାର ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ଦୈନିକ ୫ ହଜାର ଭକ୍ତଙ୍କୁ ଦର୍ଶନ ସୁଯୋଗ ମିଳିବ । ସପ୍ତାହେ ଧରି ଅର୍ଥାତ୍‌ ଜାନୁଆରୀ ୩ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷାମୂଳକ ଦର୍ଶନ ଚାଲିବ । କେଉଁ ତାରିଖରେ କେଉଁ ୱାର୍ଡବାସୀ ଦର୍ଶନ କରିବେ ତାହା ସ୍ଥିର କରାଯିବ । ୱାର୍ଡ ୱରୀ ଟୋକନ ବ୍ୟବସ୍ଥା ହେବ । ସ୍ୱଚ୍ଚସାର୍ଥୀ ପ୍ରତି ୱାର୍ଡରେ ଘର ଘର ବୁଲି ଭକ୍ତଙ୍କ ତାଲିକା କରିବା ସହ ଟୋକନ ବଣ୍ଟାଯିବ । ଜାନୁଆରୀ ୧ ଓ ୨ରେ ନୂଆବର୍ଷ ପାଇଁ ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ବନ୍ଦ ରଖାଯିବ । ଜାନୁଆରୀ ୩ ତାରିଖରୁ ସମସ୍ତ ପାଇଁ ମନ୍ଦିର ଖୋଲିବ । କେନ୍ଦ୍ର ସରକାରଙ୍କ କୋଭିଡ ନିୟମ ଅନୁଯାୟୀ ୬୫ ବର୍ଷରୁ ଅଧିକ ଓ ୧୦ ବର୍ଷରୁ କମ ବୟସର ଲୋକଙ୍କ ପ୍ରବେଶ ଉପରେ କଟକଣା ରହିଛି ।

By amfnews

Related Post