Fri. Oct 23rd, 2026

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସମସ୍ତ ଜିଲ୍ଲାରେ ରହିଛି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

219 Views

ଭୁବନେଶ୍ୱର : ଓଡ଼ିଶାର ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡ, ବିହାର, ଛତିଶଗଡ଼ ଓ ପଶ୍ଚିମବଙ୍ଗ ରାଜ୍ୟ ସମୂହ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଏହାର ପ୍ରଭାବାରେ ରାଜ୍ୟର କଳାହାଣ୍ଡି, ଗଞ୍ଜାମ, ପୁରୀ, ବରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହପରି ଏହି ସମୟ ମଧ୍ୟରେ ରାଜ୍ୟର ନବରଙ୍ଗପୁର, କୋରାପୁଟ, ଗଜପତି, କନ୍ଧମାଳ, ଯାଜପୁର, କଟକ, ଢ଼େଙ୍କାନାଳ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଳାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଆଜି (ଶୁକ୍ରବାର) ଅପରାହ୍ଣରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଅନ୍ୟପକ୍ଷରେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟ ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ରରେ ଉଚ୍ଚ ଜୁଆର ଉଠିବା ସହ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ମସ୍ତ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି।

By amfnews

Related Post