Fri. Jan 10th, 2025

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୮ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

By amfnews Jul 1, 2019 #Featured
243 Views

ଭୁବନେଶ୍ୱର:  ଉତ୍ତରପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ ମାର୍କ ଲୋ ପ୍ରେସରର ରୂପ ନେଇସାରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ଏହା ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗତକାଲି ରାଜ୍ୟରେ ସର୍ବାଧିକ ୭୦ ମିଲିମିଟର ବର୍ଷା ନବରଙ୍ଗପୁରରେ ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ୨୦.୬ ମିଲିମିଟର ବର୍ଷା ହୋଇଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ୮ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି । ରେଡ ଆଲର୍ଟ ଜାରି ହୋଇଥିିବା ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ଦେବଗଡ, ସୋନପୁର, ଅନୁଗୁଳ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ ଢ଼େଙ୍କାନାଳ ।

ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ,ବୌଦ୍ଧ, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ବର୍ଷା ଜନିତ ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

By amfnews

Related Post