Thu. Mar 20th, 2025

ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ୩୧ ପ୍ରତିଶତ କମ୍

By amfnews Jul 23, 2019 #Featured
257 Views

ଭୁବନେଶ୍ୱର : ସାରା ଦେଶକୁ ମୌସୁମୀ ଛୁଇଁଥିଲେ ବି ଆଶାନୁରୂପ ବର୍ଷା ହୋଇନି। ଦେଶରେ ମୌସୁମୀ ବର୍ଷାର ପରିମାଣ ସ୍ୱାଭାବିକଠାରୁ ହାରାହାରି ୧୯ ପ୍ରତିଶତ କମ୍ ଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଦେଶର ୧୫ଟି ସ୍ଥାନରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୧ଟି ସ୍ଥାନରେ ବର୍ଷାଭାବ ପରିଲକ୍ଷିତ ହୋଇଛି।  ସୌରାଷ୍ଟ୍ର ଓ କଚ୍ଛରେ ସ୍ୱାଭାବିକ ଠାରୁ ୫୮ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଲାକ୍ଷାଦ୍ୱୀପରେ ସ୍ୱାଭାବିକ ଠାରୁ ୧୭ ପ୍ରତିଶତ ଅଧିକ ବର୍ଷା ହୋଇଛି। ତେବେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ୩୧ ପ୍ରତିଶତ କମ୍ ରହିଛି।

By amfnews

Related Post