Fri. Mar 6th, 2026
259 Views

ସୋର : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଭଗିଆ ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ଭୋରରେ ଏକ ବସ୍ ଓଲଟି ପଡ଼ିବାରୁ ୨୦ରୁ ଅଧିକ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

‘ଅଳଙ୍କାର’ ନାମକ ଏହି ବସ୍‌ଟି ବାରିପଦାର ଗୋରୁମହିଷାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ। ବସ୍‌ଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ବୋଲି ଜଣାପଡ଼ିଛି।ଖବର ପାଇ ସିମୁଳିଆ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା ଓ ଆହତମାନଙ୍କୁ ଉଦ୍ଧାର କରି ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା। ତେବେ ଆହତଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ପଠାଯାଇଛି। କିଛି ଆହତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଭର୍ତ୍ତି କରାଯାଇଛି। ପୁଲିସ୍‌ ଘଟଣାର ତଦନ୍ତ କରୁଥିବା ବେଳେ ବସ୍ ଡ୍ରାଇଭର ଫେରାର ହୋଇଯାଇଛନ୍ତି।

By amfnews

Related Post