Tue. Jul 28th, 2026

ଓଡ଼ିଶାକୁ ମୁହାଁଉଛି ଲଘୁଚାପ: ଲଗାଣ ବର୍ଷାର ସମ୍ଭାବନା, ଏହି ସବୁ ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣଂ ଜାରି

426 Views

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ଘଣ୍ଟା ମଧରେ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ରବିବାରଠାରୁ ୩ଦିନ ଧରି ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ବିଶେଷ କରି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସ୍ୱତନ୍ତ୍ର ବୁଲେଟିନ୍‌ରେ କୁହାଯାଇଛି।

ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ସର୍ବାଧିକ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣଂ ଜାରି କରାଯାଇଛି। ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ, ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କିଛି ସ୍ଥାନାରେ ବର୍ଷାର ସମ୍ଭାବନା ରହିଛି। ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଆଠଟି ଜିଲ୍ଲା ୟେଲୋ ଜୋନରେ ଥିବାବେଳେ ଏଠାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସତର୍କ କରାଇଛି।

By amfnews

Related Post