Tue. Aug 4th, 2026

କମିବ ତାତି, ଆସନ୍ତା ୯ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା ରହିଥିବାରୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି

359 Views

ଭୁବନେଶ୍ବର, ମେ ୦୬ : ରାଜ୍ୟରେ ତାତିର ପ୍ରଭାବ କମିବ ଓ କାଳବୈଶାଖୀ ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି ହୋଇଛି।

ପାଣିପାଗ ବିଭାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ ଘଣ୍ଟା ରାଜ୍ୟର ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଉକ୍ତ ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଦେବଗଡ଼ ୟେଲ୍ଲୋ ୱାର୍ଣ୍ଣଂ ଜାରି କରିଛି ।

ଆସନ୍ତା ୭ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ସେହିଭଳି ୮ ତାରିଖ ଦିନ ମାଳକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟ‌ାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ବର୍ଷା ସମ୍ଭାବନା ରହିଛି।

ସେହିପରି ଆସନ୍ତା ୯ ତାରିଖରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟାରେ ରାଜଧାନୀ ସମେତ ଏହାର ଆଖପଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ଅପରାହ୍ନ ଆଡ଼କୁ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି ।

By amfnews

Related Post