Mon. Sep 28th, 2026

କରୋନା ଭୟ; ପୁରୀକୁ ଆସୁଥିବା ବିଦେଶୀ ପର୍ଯ୍ୟଟକଙ୍କର ହେବ ସ୍କ୍ରିନିଂ

211 Views

ପୁରୀ : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପୁରୀରେ ବ୍ୟାପକ ପଦକ୍ଷେପ ନିଆଯାଇଛି। ପୁରୀକୁ ପ୍ରତିଦିନ ବିଦେଶୀ ପର୍ଯ୍ୟଟକ ଆସୁଥିବାରୁ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିସହ ହୋଟେଲମାନଙ୍କୁ ମଧ୍ୟ ଆଡଭାଇଜରି ଜାରି କରାଯାଇଛି।

ବିଦେଶୀ ପର୍ଯ୍ୟଟକମାନଙ୍କ ପୁରା ସୂଚନା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯଦି ସେମାନେ କରୋନା ଆକ୍ରାନ୍ତ ହୋଇଥିବା ସନ୍ଦେହ ହୁଏ, ତେବେ ସିଡିଏମଓଙ୍କୁ ସୂଚନା ଦେବା ପାଇଁ କୁହାଯାଇଛି। ପୁରୀକୁ ଆସୁଥିବା ସମସ୍ତ ବିଦେଶୀ ପର୍ଯ୍ୟଟକଙ୍କୁ ରେଳ ଷ୍ଟେସନ ଓ ବସ୍‌ ଷ୍ଟାଣ୍ଡରେ ସ୍କ୍ରିନିଂ କରାଯିବ। ପୁରୀରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଆଇସୋଲେସନ ୱାର୍ଡ କରାଯାଇଛି।

By amfnews

Related Post