Fri. Mar 6th, 2026

କୃତଜ୍ଞତା ଜଣାଇଲେ ନବୀନ

261 Views

ଭୁବନେଶ୍ୱର : ଉପନିର୍ବାଚନରେ ବିଜେଡିର ବିଜୟ ପାଇଁ ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ୍‌ କରି ସେ କହିଛନ୍ତି ଯେ କୋଭିଡ-୧୯ ସଙ୍କଟ ସମୟରେ ମତଦାନ କରି ଆମକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାମାନଙ୍କୁ ମୋର କୃତଜ୍ଞତା ଜଣାଉଛି। ଏ ବିଜୟ ଆପଣମାନଙ୍କର ବିଜୟ। ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ଏହା ପ୍ରତିଫଳନ। ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ।

ଶ୍ରୀ ପଟ୍ଟନାୟକ ବିଜୟ ହାସଲ କରିଥିବା ଉଭୟ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ ଜଣାଇଛନ୍ତି।

By amfnews

Related Post