Thu. Jul 23rd, 2026
195 Views

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଗୂଦାରୀ ଗ୍ରାମ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ କାର୍‌ ଡ୍ରାଇଭରଙ୍କ ସହିତ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଦ୍ୱୟଙ୍କୁ  ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ କାର୍‌ଟି ଫୁଲବାଣୀ ଅଭିମୁଖେ ଆସୁଥିବା ବେଳେ ଘନ କୁହୁଡ଼ି ଯୋଗୁ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସନ୍ଦେହ କରାଯାଉଛି। ଭାରସାମ୍ୟ ହରାଇ ଗାଡ଼ିଟି ଏକ ଗଛରେ ପିଟି ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ।  ସେମାନଙ୍କ ପରିଚୟ ମିଳିପାରିନାହିଁ।

By amfnews

Related Post