136 Views
ବାଲେଶ୍ୱର : ବହୁ ଚର୍ଚ୍ଚିତ ଗ୍ରାହାମ୍ ଷ୍ଟେନ୍ସ ଓ ତାଙ୍କ ଦୁଇ ଶିଶୁପୁତ୍ରଙ୍କୁ ପୋଡ଼ି ହତ୍ୟା ମାମଲାର ଦୀର୍ଘ ୨୦ ବର୍ଷ ପରେ ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ସିବିଆଇ। ଗିରଫ ବ୍ୟକ୍ତି ଜଣଙ୍କ ହେଲେ ବୁଦ୍ଧଦେବ ନାଏକ(୪୫) । ସେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂର ଘନିଷ୍ଠ ସହଯୋଗୀ ବୋଲି କୁହାଯାଉଛି।
ବୁଦ୍ଧଦେବକୁ ମୟୂରଭଞ୍ଜ ଠାକୁରମୁଣ୍ଡା ଥାନା ନିଶ୍ଚିତପୁର ଗାଁସ୍ଥିତ ତାଙ୍କ ଘରୁ ଗିରଫ କରାଯାଇଛି। ଏହି ଗିରଫଦାରୀ ପରେ ପୁଣି ଚର୍ଚ୍ଚାକୁ ଆସିଛି ମାମଲା । ୧୯୯୯ ଘଟଣା ପରଠାରୁ ଫେରାର ଥିଲା ବୁଦ୍ଧଦେବ । ଗତକାଲି ବିଳମ୍ବିତ ରାତିରେ ଘରେ ଥିବା ସୂଚନା ପାଇ ସିବିଆଇ ତାକୁ ଉଠାଇ ନେଲା।