Fri. Mar 6th, 2026

ଚଳନ୍ତା ବସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

413 Views

କନ୍ଧମାଳ, ଜାନୁଆରୀ ୧୧ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ରେ ଆକସ୍ମିକ ଭାବରେ ନିଆଁ ଲାଗିଯାଇଛି। ସୌଭାଗ୍ୟବଶତଃ ସେଥିରେ ଥିବା ୩୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି ।

ରୁଦ୍ରକାଳୀ ନାମକ ବସ୍‌ ବାଲିଗୁଡ଼ାରୁ ଦାରିଙ୍ଗବାଡ଼ି ଅଭିମୁଖେ ଯାଉଥିବାବେଳେ ହଠାତ୍‌ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ପରେ ଯାତ୍ରୀମାନେ ବସ୍‌ରୁ ଓହ୍ଲାଇ ପଡ଼ିଥିଲେ। ଦମକଳ ବାହିନୀକୁ ଖବର ଦେବାରୁ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଘଟଣାରେ କେହି ମୃତାହତ ହୋଇନାହାନ୍ତି।

By amfnews

Related Post