Sun. Oct 18th, 2026
191 Views

ବୌଦ୍ଧ :ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ପୁରୁଣା କଟକରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ୱିତ ରାତିରେ ଲକ୍ଷ୍ମୀଧର ସାହୁଙ୍କ ଛଅ ବଖରା ଘରେ ନିଆଁ ଲାଗି ଯାଇଥିଲା। ଫଳରେ ଘରେ ଥିବା ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।

By amfnews

Related Post