Fri. Mar 6th, 2026

ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

266 Views

ଭୁବନେଶ୍ୱର: ରାଜସ୍ଥାନ ହାଇକୋର୍ଟର ବିଚାରପତି ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ହେବେ ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି। ଓଡ଼ିିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଭିନୀତ ଶରଣ ସୁପ୍ରମକୋର୍ଟର ବିଚାରପତି ଭାବେ ପଦୋନ୍ନତି ପାଇଥିବା ବେଳେ ତାଙ୍କ ସ୍ଥାନରେ ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ। ଓଡ଼ିଶା ହାଇକୋର୍ଟର ୩୦ତମ ମୁଖ୍ୟ୍ୟ ବିଚାରପତି ଭାବେ ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ଦାୟିତ୍ୱ ଗ୍ରହଣ କରିବେ।Image result for kalpesh satyendra jhaveri

ସୂଚନାଯୋଗ୍ୟ ଯେ ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ପ୍ରଥମ ଥର ପାଇଁ ଗୁଜରାଟ ହାଇକୋର୍ଟର ଅସ୍ଥାୟୀ ବିଚାରପତି ଭାବେ ୨୦୦୪ ମସିହାରେ ନିଯୁକ୍ତି ପାଇଥିଲେ। ପରେ ୨୦୦୫ ମସିହାରେ ତାଙ୍କୁ ଗୁଜୁରାଟ ହାଇକୋର୍ଟର ସ୍ଥାୟୀ ବିଚାରପତିଭାବେ ନିଯୁକ୍ତି ଦିଆଯାଇଥିଲା। ୨୦୧୬ ମସିହାରେ ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ଗତକାଲି ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରିଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଭାରତର ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟର ୨୯ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଭିନୀତ ଶରଣ ୨୦୧୬ ମସିହା ଫେବ୍ରୁଆରି ୨୬ ତାରିଖ ଦିନ ଦାୟିତ୍ୱ ନେଇଥିଲେ।

By amfnews

Related Post