Wed. May 21st, 2025

ତାଳଚେର ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ଏମ୍‌ସିଏଲ୍‌ର ସିଏସଆର୍ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର

By amfnews Apr 25, 2021 #Featured
197 Views

ଭୁବନେଶ୍ୱର, ଏପ୍ରିଲ 25 :

 ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ(ଏମସିଏଲ) ବୋର୍ଡ ସିଏସଆର ପାଣ୍ଠିରୁ ୯.୩୨ କୋଟି ଟଙ୍କା ଅନୁମୋଦନ ଦେଇଥିବାରୁ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଗତ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏ ସମ୍ପର୍କରେ ପତ୍ର ଲେଖି ଜଣାଇଥିଲେ। ତାଳଚେର ଗୋପାଳପ୍ରସାଦ ସ୍ଥିତ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ପ୍ରସ୍ତାବ ଅନୁସାରେ ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟ ପାଇଁ ଏମସିଏଲର ସିଏସଆର ପାଣ୍ଠିରୁ ଲୋକଙ୍କ ସୁବିଧା ପାଇଁ ଆର୍ôଥକ ସହାୟତା ଯୋଗାଇବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଥିଲେ। ଏହି ସହାୟତା ଦ୍ୱାରା ଶ୍ରଦ୍ଧାଳୁମାନେ ଉପକୃତ ହେବାସହ ସ୍ଥାନୀୟ ଅଂଚଳରେ ପର୍ଯ୍ୟଟନର ସୁବିଧା ମଧ୍ୟ ବଢିବ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ।

ଏହାର ପ୍ରତ୍ୟୁତରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ପତ୍ର ଲେଖି କହିଛନ୍ତି ଯେ ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ଅଂଚଳ ପାଇଁ ଏମଏସିଏଲ୍ ବୋର୍ଡ ସିଏସଆର ପାଣ୍ଠିରୁ ୯.୩୨ କୋଟି ଟଙ୍କା ମଞ୍ଜୁର କରିଛି।

ସାଧାରଣତଃ ସ୍ଥାନୀୟ ଜନସାଧାରଣଙ୍କ ସୁବିଧା ଏବଂ ପର୍ଯ୍ୟଟନରେ ସୁବିଧା ଯୋଗାଇବା ପାଇଁ ଏହି ଆର୍ଥିକ ସହାୟତାକୁ ଅନୁମୋଦନ ଦିଆଯାଇଛି ବୋଲି ସେ କହିଛନ୍ତି।

By amfnews

Related Post