Sat. Mar 7th, 2026
242 Views

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ଦୁର୍ବଳ ହେବା ସହ ଏହା ମଧ୍ୟପ୍ରଦେଶ ଉପରେ ରହିଛି।  ଏଥିଯୋଗୁ ଓଡ଼ିଶାରେ ବର୍ଷା ପରିମାଣ କମିବା ସହ ସବୁ ସ୍ଥାନରେ କାଁଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି।

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା କହିଛନ୍ତି, ଆସନ୍ତା ୧୨ ତାରିଖ ବେଳକୁ  ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି। ଏହି ସମୟରେ ଦେବଗଡ, ସୁନ୍ଦରଗଡ, ସମ୍ବଲପୁର ସହ ଉତ୍ତର ଓଡିଶାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର କହିଛନ୍ତି।

By amfnews

Related Post