Sun. May 12th, 2024

ତୈଳଦର ଅଣାୟତ, ୨୮ରୁ ବିଜେଡିର ବିକ୍ଷୋଭ

rout.subhashree22@gmail.com' By Subhashree Rout May 23, 2018 #Featured
264 Views

ଭୁବନେଶ୍ୱର: ଦେଶରେ ପେଟ୍ରୋଲ ଓ ଡ଼ିଜେଲ ଦର ବୃଦ୍ଧି ଅଣାୟତ ହୋଇପଡ଼ିଛି ବୋଲି ଅଭିଯୋଗ କରି ବିଜେଡି ପକ୍ଷରୁ ଓଡ଼ିଶାରେ ତିନି ଦିନିଆ ବିକ୍ଷୋଭ ପ୍ରଦର୍ଶନ କରାଯିବ । ଏନେଇ ଦଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ସାଧାରଣ ସଂପାଦକ ସଂଜୟ କୁମାର ଦାସବର୍ମା, ଡ. ଅରୁଣ କୁମାର ସାହୁ, ମୁଖପାତ୍ର ଡ. ସସ୍ମିତ ପାତ୍ର ଓ ଛାତ୍ର ବିଜେଡି ସଭାପତି ରାଣା ପ୍ରତାପ ପାତ୍ର ଉପସ୍ଥିତ ଥିଲେ । ଦଳ ପକ୍ଷରୁ ତୈଳଦର ବୃଦ୍ଧିକୁ ନେଇ ଆସନ୍ତା ୨୮ ତାରିଖ ଦିନ ଭୁବନେଶ୍ୱରସ୍ଥ ରାଜଭବନ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ରାଷ୍ଟ୍ରପତିଙ୍କ ଉଦେ୍ଦଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ ।

Related Post