Sat. Oct 3rd, 2026

ଥରୁଛି ଓଡ଼ିଶା, ଆସନ୍ତା ୨ ଦିନ ଦେଖିବାକୁ ମିଳିବ ଘନ କୁହୁଡି ଆସ୍ତରଣ

272 Views

ଭୁବନେଶ୍ୱର, ଡିସେମ୍ବର ୫ : ଆସନ୍ତା ଦୁଇଦିନ କେତେକ ସ୍ଥାନରେ ଘନକୁହୁଡିର ଆସ୍ତରଣ ଦେଖାଯିବ। ଶୀତ ଜାରି ରହିବ । ଏହା ସହ ୫ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି, ମୟୁରଭଞ୍ଜ, ଖୋର୍ଦ୍ଧା, ଢେଙ୍କାନାଳ ଏବଂ ଅନୁଗୋଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ପଡିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିସହ ସୁନ୍ଦରଗଡ, କେନ୍ଦୁଝର, ଯାଜପୁର ଏବଂ କଟକ ଜିଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ପ୍ରତି ଖୋର୍ଦ୍ଧା, କନ୍ଧମାଳ ଏବଂ କଳାହାଣ୍ଡି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ପଡିବ ବୋଲି ବିଭାଗ ପୂର୍ବାନୁମାନ କରିଛି। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଏବଂ ଅନୁଗୁଳ ଜିଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ପରିମାଣ ଏତେ ହେବ ଯେ ରାସ୍ତାଘାଟ ଠିକ୍‌ ଭାବେ ଦୃଶ୍ୟମାନ ହେବ ନାହିଁ। ୫ରୁ ୭ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏଭଳି ସ୍ଥିତି ଲାଗି ରହିବ ।

By amfnews

Related Post