189 Views
ଭୁବନେଶ୍ୱର, ଅଗଷ୍ଟ ୨୨ : ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଓଡ଼ିଶା ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ ଓ ୨୫ ତାରିଖରେ ବର୍ଷାର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
୨୪ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ , ମୟୂରଭଂଜ, କେନ୍ଦୁଝର ଓ ଢେଙ୍କାନାଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ଏସ୍ଆର୍ସି । ଆସନ୍ତା 4 ଦିନ ଅର୍ଥାତ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଶଙ୍କା ଜାହିର କରାଯାଇଛି ।