Mon. Oct 5th, 2026

ଦେଶରେ କରୋନା ସ୍ଥିତି ଅସମ୍ଭାଳ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୫,୦୦୨ ଜଣ କରୋନା ରୋଗୀ ଚିହ୍ନଟ

252 Views

ନୂଆଦିଲ୍ଲୀ, ଅଗଷ୍ଟ ୧୫ : ଭାରତରେ ଦିନକୁ ମହାମାରୀ କରୋନା ଭାଇରସ ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ସର୍ବାଧିକ ୬୫,୦୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୯୯୬ ଜଣଙ୍କର ମୃତ୍ୟୁ ଘଟିଛି।

ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୨୫,୨୬,୧୯୩କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୬,୬୮,୨୨୦ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୪୯,୦୩୬ ଜଣ ପ୍ରାଣ ହରାଇଛନ୍ତି।

 

ଆହୁରି ମଧ୍ୟ ସମସ୍ତ ୧୮,୦୮,୯୩୭ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

By amfnews

Related Post