Fri. Mar 6th, 2026

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦,୫୮୯ ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

311 Views

ନୂଆଦିଲ୍ଲୀ, ସେପ୍ଟେମ୍ବର ୨୯ : ଦେଶରେ ଆଜି କରୋନା ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ସୁଧାର ପରିଲିକ୍ଷିତ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦,୫୮୯ ଜଣ ନୂତନ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ଲକ୍ଷ ପାର୍ କରିଛି । ଏ ନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ, ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୬୧,୪୫,୨୯୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୧,୦୧,୩୯୭ ଜଣ ସୁସ୍ଥ ହୋଇଥିବା ବେଳେ ୯,୪୭,୫୭୬ଟି ଆକ୍ଟିଭ୍ କେସ୍ ରହିଛି।

ସେହିପରି ଆଜି ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୭୭୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୯୬,୩୧୮କୁ ବୃଦ୍ଧି ପାଇଛି ।

By amfnews

Related Post