Mon. Sep 28th, 2026

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା

306 Views

ଭୁବନେଶ୍ୱର : ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ଆଜିଠାରୁ ଏଥିପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜଣାଯାଇଛି। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୬। ମାର୍ଚ୍ଚ ୨୭ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବଏବଂ ୨୯ ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ।

ଏଠାରେ ସୂଚନାଯୋଗ୍ୟ ଯେ ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶାରେ ୫ଟି ଲୋକସଭା ଆସନ (ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା) ଓ ଏହା ଅଧୀନରେ ଥିବା ୩୫ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଏପ୍ରିଲ୍ ୧୮ ତାରିଖରେ ଭୋଟ୍ ଗ୍ରହଣ ହେବ।

By amfnews

Related Post